ଓଡ଼ିଆ ସଂସ୍କୃତିରେ ବାଲିଯାତ୍ରାର ମହତ୍ତ୍ୱ

ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ଆୟୋଜନ ହୋଇଥାଏ ।

334

ବାଲିଯାତ୍ରା ହେଉଛି ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା। ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ ଆଦି ସ୍ଥାନକୁ ବେପାର ବାଣିଜ୍ୟ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ।

Atul Debadutta

ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ଆୟୋଜନ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |

pc: Madhusmita behera

ଆସନ୍ତା ନଭେମ୍ବର ୮ତାରିଖରୁ ୧୬ତାରିଖ ପର୍ଯ୍ୟନ୍ତ କଟକରେ ବାଲିଯାତ୍ରା ଆୟୋଜିତ ହେବ। ପ୍ରସିଦ୍ଧ ବାଲିଯାତ୍ରାକୁ ଚଳିତ ଥର ରାଜ୍ୟସ୍ତରୀୟ ଉତ୍ସବଭାବେ ପାଳନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ଜାତୀୟ ଗ୍ରିନ୍ ଟ୍ରିବ୍ୟୁନାଲ ବା ଏନ୍‌ଜିଟିର ନିର୍ଦେଶାବଳୀ ଅନୁଯାୟୀ ଯାତ୍ରା ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗୁରୁତ୍ବାରୋପ କରାଯାଇଛି।

ଚଳିତବର୍ଷ ଅଧିକ ସଂଖ୍ୟକ ଲୋକ କଳା, ସଂଗୀତ ଓ ନୃତ୍ୟ ଟ୍ରୁପ୍ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଯୋଗାଇ ଦିଆଯିବ। ଗୃହ ଓ ନଗର ଉନ୍ନୟନ, ପୂର୍ତ, ଶକ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଆଦି ବିଭାଗ ମାଧ୍ୟମରେ ଯାତ୍ରାର ପ୍ରସ୍ତୁତି ପାଇଁ କରାଯାଇଥିବା ୧୫.୩୫ କୋଟି ଟଙ୍କା ଖର୍ଚ ଆକଳନର ପ୍ରସ୍ତାବିତ ବିନିଯୋଗ ଉପରେ ମଧ୍ୟ ଆଲୋଚନା ହୋଇଥିଲା।