ଦକ୍ଷିଣ ଓଡ଼ିଶା ପ୍ରସିଦ୍ଧ ଦଣ୍ଡ ଯାତ୍ରା

ଦଣ୍ଡଯାତ୍ରା, ଗଞ୍ଜାମ ଜିଲ୍ଲାରେ ପାଳିତ ହେଉଥିବା ଏକ ପ୍ରସିଦ୍ଧ ଯାତ୍ରା । ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ।

0 241

ଦଣ୍ଡଯାତ୍ରା, ଗଞ୍ଜାମ ଜିଲ୍ଲାରେ ପାଳିତ ହେଉଥିବା ଏକ ପ୍ରସିଦ୍ଧ ଯାତ୍ରା । ଏହି ଯାତ୍ରା ୧୩ ବା ୨୧ ଦିନ ଧରି ପାଳନ କରାଯାଏ, ଯେଉଁ ସମୟରେ ଗାଁମାନଙ୍କରେ ଦଣ୍ଡ ନୃତ୍ୟ ଅନୁଷ୍ଠିତ ହୋଇଥାଏ । ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ମୀନ ମାସର ୧୭ ଦିନ ପରେ ଓ ମେଷର ତ୍ରୟୋଦଶ ଦିନରୁ ଆରମ୍ଭ ହୋଇଥିବା ଦଣ୍ଡକାଳୀଙ୍କ ପ୍ରସିଦ୍ଧ ଦଣ୍ଡନାଚ ପରମ୍ପରା ପଣା ସଂକ୍ରାନ୍ତି ଯାଏ । ଦଣ୍ଡନାଚ ଓଡ଼ିଶାର ଗଂଜାମ ଜିଲ୍ଲାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ ଏବଂ ହଠ ଯୋଗ ର ଏକ ଅଂଶ ବିଶେଷ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । ଓଡ଼ିଶାରେ ବିଭିନ୍ନ ଲୋକନାଟକ ମଧ୍ୟରୁ ଦଣ୍ଡନାଟ ଏକ ପ୍ରଭାବଶାଳୀ ଶାଖା ।  କୁହାଯାଏ ଦଣ୍ଡନାଚ ସର୍ବ ପ୍ରଥମେ ଗଂଜାମ ଜିଲ୍ଲାର କୁଲାଗଡ଼ ଠାରେ ହେଇଥିଲା ଦଣ୍ଡନାଚ ର ଉତ୍ପତ୍ତି ବିଷୟରେ ବହୁତ ପୌରାଣିକ ଆଖ୍ୟାନ ରହିଛି ।

 

South Odisha Famous Danda Yatra
                                                              @VAdkri

କିମ୍ବଦନ୍ତୀ ରହିଛି ଯେ , ଥରେ ଦକ୍ଷ ପ୍ରଜାପତି ଯଜ୍ଞର ଆୟୋଜନ କରି ନିଜ କନ୍ୟା ସତୀ ଓ ଜାମାତା ଶିବଙ୍କ ବ୍ୟତୀତ ସବୁ ଦେବତାମାନଙ୍କୁ ଆମନ୍ତ୍ରିତ କରିଥିଲେ। ଅନିମନ୍ତ୍ରିତ  ସତୀ ଯଜ୍ଞସ୍ଥଳକୁ ଯିବାରୁ ଦକ୍ଷ ତାଙ୍କୁ ଭର୍ତ୍ସନା କରିବା ସହିତ ଶିବଙ୍କୁ ଅପମାନ ଦେଇ ଅନେକ କଥା କହିଥିଲେ । ଏହା ସହି ନ ପାରି ସତୀ ଯଜ୍ଞକୁଣ୍ଡରେ ଝାସଦେଇ ପ୍ରାଣତ୍ୟାଗ କଲେ। ଏହି ସମ୍ବାଦ ପାଇ ଶିବ କ୍ରୋଧାନ୍ୱିତ ହୋଇ ଦକ୍ଷଙ୍କର ଶିରଚ୍ଛେଦ କରିଥିଲେ। ତାଙ୍କର ଉଗ୍ରରୂପକୁ ଶାନ୍ତ କରିବାପାଇଁ ଦକ୍ଷ ପତ୍ନୀ ପ୍ରସୂତୀ ଅର୍ଘ୍ୟ ଦେଇ ବନ୍ଦା କରିବାକୁ  ଶିବଙ୍କର ଦିଗମ୍ବର ରୂପକୁ ଦେଖି ତାଙ୍କୁ ଲିଙ୍ଗରୂପରେ ପୂଜା ପାଇବାକୁ ଅଭିଶାପ ପ୍ରଦାନ କଲେ। ଅଭିଶାପ ହେତୁ ଶିବଲିଙ୍ଗ ଭୂପତିତ ହେଲା ଏବଂ ଆଦିଶକ୍ତି ଉଭା ହୋଇ ଏହି ଲିଙ୍ଗକୁ ଧାରଣ କଲେ। ସେହିଦିନଠାରୁ ଶିବଶକ୍ତି ଦଣ୍ଡ ଓ ଘଡ଼ି ରୂପରେ ପୂଜା ପାଇଥାନ୍ତି ଏବଂ  ସେହି ଦିନଠାରୁ ଦଣ୍ଡଯାତ୍ରାର ଆରମ୍ଭ ହେଲା।

South Odisha Famous Danda Yatra

ସେହିପରି ବ୍ରହ୍ମାଙ୍କ ପାଞ୍ଚ କୁମାର ମରୀଚି, ପୁଲହ, ପୁଲସ୍ତ୍ୟ, କ୍ରତୁ ଓ ଅଙ୍ଗିରା ଇନ୍ଦ୍ରଙ୍କ ପାଞ୍ଚ ପୁଅ ଜୟନ୍ତ, ପାକଶାସ୍ତ୍ରୀ, ସୁବତ୍ସ, ସୁରସେନ, ଗନ୍ଧର୍ବସେନ ଓ କୁବେରଙ୍କ ତିନିପୁତ୍ର ନଳ, ମଣିଭଦ୍ର, ସୁକୁବେର ସତ୍ୟ ଯୁଗରେ ଦେବଗୁରୁ ବୃହସ୍ପତିଙ୍କଠାରୁ ବିଦ୍ୟାଶିକ୍ଷା କରି ଫେରୁଥିବା ସମୟରେ ପିତୃଲୋକଙ୍କୁ ଜଳଦାନ କରୁଥିବା ଋଷି କର୍ତୃଙ୍କୁ ଦେଖି ହସିବାରୁ ରୁଷି କତ୍ରୁ ଙ୍କ ଦ୍ଵାରା ଶାପିତ ହୋଇ କୁଷ୍ଠରୋଗାକ୍ରାନ୍ତ ହେଲେ। ଏଥକୁ ମୁକ୍ତି ପାଇବାକୁ ସେମାନେ ବ୍ରହ୍ମା ଙ୍କ ପାଖକୁ ଗଲେ ବ୍ରହ୍ମାଙ୍କ ଆଦେଶରେ ସେ ଶିଵଙ୍କ ଶରଣା ପନ୍ନ ହେଲେ ମହାଦେବ ଶିବ କୃପାପ୍ରାର୍ଥୀ ହେଲେ। ତେବେ ମହାଦେବ ସ୍ୱୟଂ ଆଦିଶକ୍ତିଙ୍କୁ ସ୍ମରଣ କରୁଥିଲେ। ଏ ସମୟରେ ମା କାଳୀ ଆବିର୍ଭୁତା ହୋଇ ୧୩ ଦିନ ରୁଦ୍ରକାଳୀ ଦଣ୍ଡବ୍ରତ ପାଳନ କରିବାକୁ କହିବାରୁ ଦଣ୍ଡଯାତ୍ରାର ଆରମ୍ଭ ହେଲା। ଏହି ପ୍ରକାର କିମ୍ବଦନ୍ତୀ ଅନୁଯାୟୀ ଅନେକ ବ୍ୟାଖ୍ୟା ରହିଛି ଦଣ୍ଡଯାତ୍ରା ବିଷୟରେ ।

 

South Odisha Famous Danda Yatra
@VAdkri

 

ଦଣ୍ଡନାଚରେ ପ୍ରଭା, ନାଗ, ଫାସ, ଦଣ୍ଡ, ଗୌରୀବେତ, ମୟୂରଚନ୍ଦ୍ରିକା, ଚମ୍ପାବର, ଗୁଆ, କଷାୟବସ୍ତ୍ର, ପତାକା ଏବଂ ବେତ ଏକାନ୍ତ ଆବଶ୍ୟକ । ଗୌରୀବେତରେ ସ୍ୱୟଂ ଶିବ ବିରାଜମାନ କରିଥାନ୍ତି ବୋଲି ବିଶ୍ୱାସ କରାଯାଏ । ଏହି ପର୍ବ ପ୍ରାଚୀନ ଇତିହାସରୁ ଓଡ଼ିଶାରେ ଚଳି ଆସୁଛି ଏବଂ ଓଡ଼ିଶା ବାସୀଙ୍କର ନୂଆ ବର୍ଷ ଦିନ ଅର୍ଥାତ୍ ମହାବିଷୁବ ସଂକ୍ରାନ୍ତି  ଦିନ ଏହା ଉଦଯାପିତ ହୁଏ । ଦଣ୍ଡନାଚରେ ଉଭୟ ଭଗବାନ ଶିବ ଓ ମା କାଳୀଙ୍କୁ ଉପାସନା କରାଯାଏ ଓ ଏହା ବୈଶାଖ ମାସରେ ଆରମ୍ଭ ହୋଇ ୧୩ ଦିନ ପର୍ଯ୍ୟନ୍ତ ପାଳନ ହୁଏ । ୧୩ ଦିନ ଶେଷକୁ ମେରୁ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି କୁହାଯାଏ ।

 

South Odisha Famous Danda Yatra
@VAdkri

ଏହି ପର୍ବରେ ମିଶିଥିବା ଭକ୍ତଙ୍କୁ ଦଣ୍ଡୁଆ ବା ଭୋକ୍ତା କୁହାଯାଏ । ଭୋକ୍ତାମାନେ ବହୁ କଷ୍ଟ କରି ଶରୀରକୁ ଦଣ୍ଡ ଦେଉଥିବାରୁ ଏହି ଯାତ୍ରା ହେଉଥିବା ନୃତ୍ୟକୁ ଦଣ୍ଡନାଚ କୁହାଯାଏ । ଦଣ୍ଡ ନାଟରେ ମିଶିବାଦ୍ୱାରା ମା’କାଳୀଙ୍କ କୃପାରୁ ପାପ ଓ ଦୁଖ ଦୂର ହୋଇ ମାନବ ଶାନ୍ତି ଓ ଧନ ପ୍ରାପ୍ତ ହୁଏ ବୋଲି ବିଶ୍ୱାସ ରହିଛି । ଦଣ୍ଡନାଚରେ ୧୩ଜଣ ମୁଖ୍ୟଭୋକ୍ତା ଥାଆନ୍ତି, ଏହି ୧୩ଜଣ ତେର ବର୍ଷ ପାଇଁ ଅଂଶଗ୍ରହଣ କରିବାକୁ ବାଧ୍ୟ । ସେମାନଙ୍କ ମଧ୍ୟରେ ଜଣେ ପାଟଭୋକ୍ତା ଥାଆନ୍ତି । ଭୋକ୍ତାମାନଙ୍କ ପାଇଁ କଠିନ ଆଚରଣ, ନିଷ୍ଠା ଏବଂ ତ୍ୟାଗର ବିଧିବିଧାନ ରହିଛି । ପ୍ରଜ୍ଜ୍ୱଳିତ ଅଗ୍ନି ଉପରେ ମେରୁ ଖୁଣ୍ଟରେ ଝୁଲି ପାଟଭୋକ୍ତା ଭକ୍ତମାନଙ୍କ ପାଇଁ ଶାରିରୀକ କଷ୍ଟ ଗ୍ରହଣ କରନ୍ତି ।