ମଧୁବାବୁଙ୍କ ଜୀବନୀ ଓଡ଼ିଆ ସ୍ୱାଭିମାନର ଗୌରବମୟ ଗାଥା

ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତ୍ୟଭାମାପୁର ଠାରେ ‘ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର’ ଲୋକାର୍ପିତ କରିଛନ୍ତି ।

462

ମଧୁବାବୁ ଜିଏକି ଓଡିଆ ଜାତିର ଗର୍ବ ଗୌରବ ସ୍ବାଭିମାନ । ପୁରା ନା ମଧୁସୂଦନ ଦାସ (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ମଧ୍ୟ ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଏହି ଅବସରରେ ଗତକାଲି ତାଙ୍କ ଜନ୍ମ ସ୍ଥାନରେ ତାଙ୍କର ପ୍ରତ୍ଯେକଟି ଛୋଟ ରୁ ବଡ ସମସ୍ତ ସ୍ମୃତିକୁ ସାଇତି ରଖିବା ପାଇଁ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତ୍ୟଭାମାପୁର ଠାରେ ‘ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର’ ଲୋକାର୍ପିତ କରିଛନ୍ତି ।

utkal-gaurab-madhusudan-das-museum-&-interpretation-center-inaugurated-at-satyabhamapur

 

ଗତକାଲି ମଧୁବାବୁ ଜୟନ୍ତୀ ଥିଲା ସେହି ଅବସରରେ ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା । ଏହି ସଂଗ୍ରହାଳୟରେ ମଧୁବାବୁଙ୍କ ଏନ୍ତୁଡ଼ି ଶାଳ, ପିଲା ଦିନର ବିରଳ ଫଟୋ, ଜନ୍ମ ଜାତକ, ଢ଼ିଙ୍କି ଆଦି ବିଭିନ୍ନ ବିରଳ ଜିନିଷ ସ୍ଥାନ ପାଇଛି । ଏହାକୁ ଭରଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କଲା ପରେ କହିଥିଲେ ଯେ ମଧୁ ବାବୁ ଥିଲେ ଓଡ଼ିଆ ସ୍ୱାଭିମାନର ପ୍ରତୀକ । ତାଙ୍କ ଜୀବନୀ ହେଉଛି ଓଡ଼ିଆ ସ୍ୱାଭିମାନର ଗୌରବମୟ ଗାଥା । ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର  । ଏହି ସଂଗ୍ରହାଳୟରେ ସମସ୍ତଙ୍କୁ ବିଶେଷ କରି ଯୁବ ପିଢିଙ୍କୁ ଓଡିଆ ସ୍ୱାଭିମାନର ସୁରକ୍ଷା ପାଇଁ ପ୍ରେରଣା ଦେବ ।  ମୁଖ୍ୟମନ୍ତ୍ରୀ ସତ୍ୟଭାମାପୂର ଗାଁ ର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି । ସତ୍ୟଭାମାପୂର ର ଉନ୍ନତି ପାଇଁ ନିଆ ଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ ଗତକାଲି  ।

utkal-gaurab-madhusudan-das-museum-&-interpretation-center-inaugurated-at-satyabhamapur
Kalinga TV

ଏହି ଗ୍ରାମକୁ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନସ୍ଥଳ ଭାବରେ ପରିଣତ କରିବା ପାଇଁ ସରକାରଙ୍କ ପଦକ୍ଷେପ ଜାରି ରହିବ । ମଧୁବାବୁଙ୍କ ଆଦର୍ଶରେ ଓଡିଶାକୁ ଶ୍ରେଷ୍ଠ ରାଜ୍ୟ କରିବାପାଇଁ ମିଳିମିଶି କାମ କରିବାକୁ ହେବ । ତାଙ୍କ ପାଇଁ ଓଡ଼ିଆ ସ୍ୱାଭିମାନ ଥିଲା ସବୁଠୁ ଉପରେ । ସେଥିପାଇଁ ସେ କେବେବି ସାଲିସ କରିନାହାନ୍ତି । ଏ ଜାତି ପାଇଁ ତାଙ୍କର ଅବଦାନ ତାଙ୍କୁ ଓଡ଼ିଆ ଙ୍କ ହୃଦୟରେ ଯୁଗ ଯୁଗ ପାଇଁ ଅମର କରି ରଖିବ । ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଭାଷାକୁ ଭିତ୍ତିକରି ରାଜ୍ୟ ଗଠନ ପାଇଁ ମଧୁ ବାବୁଙ୍କ ଉଦ୍ୟମ, ତାଙ୍କର ଦୂର ଦୃଷ୍ଟିର ପରିଚୟ ଦିଏ । ସରକାରଙ୍କ ଦ୍ବାରା ପ୍ରତିଷ୍ଠିତ ଏହି କେନ୍ଦ୍ର ରାଜ୍ୟ ତଥା ରାଜ୍ୟ ବାହାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ।