ଝଲସିବ କଣ୍ଟିଲୋ ନୀଳମାଧବ ପୀଠ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୧୦୦ କୋଟିର ପ୍ରସ୍ତୁତ ମାଷ୍ଟର ପ୍ଲାନ ବ୍ୟୟବରାଦ କରିଥିବାବେଳେ ୧୮ ମାସ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି  । ପୂର୍ତ୍ତ ବିଭାଗ  ଜରିଆରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ । 

386

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଳୁଙ୍କ ସୁବିଧାକୁ ଦୃଷ୍ଟିରେ ରଖି କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ଗତକାଲି ଅନୁମୋଦନ କରିଛନ୍ତି । ପୀଠର ବିକାଶ ପାଇଁ ୧୦୦ କୋଟି ବ୍ୟୟବରାଦ ହୋଇଥିବାବେଳେ ୧୮ ମାସ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି  । କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଦେଇଛନ୍ତି  । ସମନ୍ବିତ ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ । ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି ।

kantilo-nilamadhab-temple-development
@mukesh_k24

କଣ୍ଟିଲୋ ନୀଳମାଧବ ପୀଠର ଜଗନ୍ନାଥ ସଂସ୍କୃତି ସହିତ ନିବିଡ ସଂପର୍କ ରହିଛି । ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ । ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ । ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ ପାଲଟିଛି । ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ   ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ଓ  ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାଷ୍ଟରପ୍ଲାନରେ ମନ୍ଦିରର ପୁନରୁଦ୍ଧାର,ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିକ୍ରମା ପଥ, ଚନ୍ଦନ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ,  ଉଦ୍ୟାନ,ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି ।

kantilo-nilamadhab-temple-development
@mukesh_k24

ମନ୍ଦିରକୁ ଯାଇଥିବା ପାହାଚ ପୁନରୁଦ୍ଧାର  କରାଯାଇ ଭକ୍ତ  ମାନେ ଯେପରି ସୁବିଧା ରେ ଯାଇ ପାରିବେ ସେଥିପାଇଁ  ବିକାଶ କରାଯିବ । ଏହା ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ । ବୟସ୍କ ଓ ଭିନ୍ନକ୍ଷମ ମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ପଶ୍ଚିମ  ଦ୍ୱାରରେ ଲିପ୍ଟ ଓ ସ୍କାଏବ୍ରିଜ ସୁବିଧାର ମଧ୍ୟ ବିକାଶ କରାଯିବ । ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳରେ  ଖଣ୍ଡାଲାଇଟ  ପଥର ବିଛାଯିବା ସହିତ ମନ୍ଦିର ଓ ଠାକୁରଙ୍କ ବଗିଚାର ବିକାଶ କରାଯିବ । ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟ ମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ ।  ଯାତ୍ରୀ ମାନଙ୍କ  ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା ଏବଂ ପଦପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ନିର୍ମାଣ କରାଯିବ ଏଠାରେ  । ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ପର୍ଯ୍ୟଟକ ଏବଂ ନିଜ ରାଜ୍ୟର ଐତିହ୍ୟ ରକ୍ଷା ପାଇଁ ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି ।

kantilo-nilamadhab-temple-development
@mukesh_k24

ମନ୍ଦିରକୁ ପ୍ରବେଶ ପାଇଁ ପୂର୍ବ ଓ ପଶ୍ଚିମ ପାର୍ଶ୍ବ ସଡକର ପ୍ରଶସ୍ତିକରଣ କରାଯିବ। ପୂର୍ବ ପାର୍ଶ୍ବ ସଡକକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ବ ସଡକକୁ ୧୨ ମିଟର ପ୍ରଶସ୍ଥ କରାଯିବ । ମହାନଦୀର କୁଲକ୍ଷୟ ରୁ ମନ୍ଦିର କୁ ସୁରକ୍ଷା ଯୋଗାଇବା ପାଇଁ ୪୦୦ ମିଟର ସୁରକ୍ଷା ପ୍ରାଚୀର ନିର୍ମାଣ କରାଯିବ । ଏହି ପ୍ରକଳ୍ପ ପାଇଁ ପାଖାପାଖି ଦୁଇ ଏକର ଜମି ଆବଶ୍ୟକ ହେବ । ପୂର୍ତ୍ତ ବିଭାଗ  ଜରିଆରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହି ପ୍ରକଳ୍ପ ଶେଷ ହେବା ପରେ ନୂଆ ରୂପରେ ଝଲସିବ ନୟାଗଡର ଐତିହ୍ୟ କଣ୍ଟିଲୋ ନୀଳମାଧବ ପୀଠ ।